Monday, February 16, 2026
spot_img
Homeଆଂଚଳିକ ଖବରନୂଆପଡ଼ା ବିଡିଓଙ୍କୁ ସଂଘବଦ୍ଧ ଆକ୍ରମଣ: ଜଣେ ଗିରଫ, ୪ ଅଟକ;

ନୂଆପଡ଼ା ବିଡିଓଙ୍କୁ ସଂଘବଦ୍ଧ ଆକ୍ରମଣ: ଜଣେ ଗିରଫ, ୪ ଅଟକ;

କଲମ ବନ୍ଦ ଆନ୍ଦୋଳନରେ କର୍ମଚାରୀ

ନୂଆପଡ଼ା ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ) ରୋହିତ ଭୋଇଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୪ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି।

ମିଳିଥିବା ସୂଚନା ଅନୁଯାୟୀ, ଭଇସାଟାଲ ପଞ୍ଚାୟତ ଭବନ ନିର୍ମାଣକୁ ନେଇ ଦୀର୍ଘ ଦିନରୁ ବିବାଦ ଲାଗି ରହିଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବାଲୋଦା ଅଞ୍ଚଳରେ ଏହି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ କିଛି ସ୍ଥାନୀୟ ବ୍ୟକ୍ତି ଏହାକୁ ବିରୋଧ କରୁଥିଲେ। ସୋମବାର କିଛି ଯୁବକ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ପଶି ବିଡିଓଙ୍କ ସହ ଯୁକ୍ତିତର୍କ କରିବା ସହ ତାଙ୍କୁ ଅତର୍କିତ ଭାବେ ମାଡ଼ ମାରିଥିଲେ।

ଆକ୍ରମଣ ପରେ ବିଡିଓ ଶ୍ରୀ ଭୋଇ ତୁରନ୍ତ ନୂଆପଡ଼ା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ପୋଲିସ ଅଧିକାରୀମାନେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସୂଚନା ଅନୁସାରେ, ଏହି ହିଂସାକାଣ୍ଡରେ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ଏବଂ ଅନ୍ୟ ୪ ଜଣଙ୍କୁ ପଚରାଉଚରା ପାଇଁ ଅଟକ ରଖାଯାଇଛି।

ଅନ୍ୟପଟେ, ସରକାରୀ କାର୍ଯ୍ୟାଳୟ ମଧ୍ୟରେ ଜଣେ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଆକ୍ରମଣ କରାଯିବା ଘଟଣାକୁ ବ୍ଲକ କର୍ମଚାରୀ ସଂଘ ତୀବ୍ର ନିନ୍ଦା କରିଛି। ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଏବଂ କାର୍ଯ୍ୟାଳୟ ପରିସରରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇବା ଦାବିରେ ସମସ୍ତ କର୍ମଚାରୀ ‘କଲମ ବନ୍ଦ’ ଆନ୍ଦୋଳନ କରିବା ସହ ଧାରଣାରେ ବସିଛନ୍ତି। ପୋଲିସ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments